ରାଜ୍ୟରେ ପୁଣି ୨୧୩୮ ପଜିଟିଭ ଚିହ୍ନଟ, ଆଜି ୧୫ ମୁଣ୍ଡନେଲା କରୋନା

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ଘଣ୍ଟାରେ ରାଜ୍ୟରେ ପୁଣି ୨୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨୫୧ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୮୮୭ଜଣ ସ୍ଥାନୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅନୁଗୁଳ ଜିଲ୍ଲାରୁ ୧୫୧ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୫୭, ବରଗଡରୁ ୭୩, ଭଦ୍ରକରୁ ୪୭, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୨୧, କଟକରୁ ୧୫୬, ଦେବଗଡରୁ ୯, ଢେଙ୍କାନାଳରୁ ୩୮, ଗଜପତିରୁ ୮, ଗଞ୍ଜାମରୁ ୧୮, ଗଜତସିଂହପୁରରୁ ୬୬, ଯାଜପୁରରୁ ୭୧, ଝାରସୁଗୁଡାରୁ ୫୫, କଳାହାଣ୍ଡିରୁ ୫୧, କନ୍ଧମାଳରୁ ୨୪, କେନ୍ଦ୍ରାପଡାରୁ ୭୨, କେନ୍ଦୁଝରରୁ ୪୬, ଖୋର୍ଦ୍ଧାରୁ ୩୬୧, କୋରାପୁଟରୁ ୩୮, ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୨୧, ନୟାଗଡରୁ ୩୧, ନୂଆପଡାରୁ ୪୧, ପୁରୀରୁ ୭୩, ରାୟଗଡାରୁ ୨୫, ସମ୍ବଲପୁରରୁ ୫୩, ସୋନପୁରରୁ ୮୦, ସୁନ୍ଦରଗଡରୁ ୧୩୭, ଷେଟପୋଲରୁ ୬୨ଜଣ ଆକ୍ରାନ୍ତ ହୋଇଛନ୍ତି।

ସେହିପରି ରାଜ୍ୟରେ ଆଜି ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।