୩୦ ଜିଲ୍ଲାରୁ ୨୪୭୦ କରୋନା ପଜିଟିଭ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ୨୪୭୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪୬୨ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୦୦୮ଜଣ ସ୍ଥାନୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୬୨୦୧୧ରେ ପହଞ୍ଚିଛି।

ଅନୁଗୁଳ ଜିଲ୍ଲାରୁ ୧୭୦ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୧୦୬, ବରଗଡରୁ ୬୯, ଭଦ୍ରକରୁ ୬୭, ବଲାଙ୍ଗିରରୁ ୯୧, ବୌଦ୍ଧରୁ ୭୦, କଟକରୁ ୧୮୬, ଦେବଗଡରୁ ୧୨, ଢେଙ୍କାନାଳରୁ ୫୦, ଗଜପତିରୁ ୯, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୬୪, ଯାଜପୁରରୁ ୭୨, ଝାରସୁଗୁଡାରୁ ୫୪, କଳାହାଣ୍ଡିରୁ ୪୨, କେନ୍ଦ୍ରାପଡାରୁ ୮୭, କେନ୍ଦୁଝରରୁ ୪୨, ଖୋର୍ଦ୍ଧାରୁ ୩୬୮, କୋରାପୁଟରୁ ୩୨, ମାଲକାନଗିରିରୁ ୩୦, ମୟୁରଭଞ୍ଜରୁ ୧୩୪, ନବରଙ୍ଗପୁରରୁ ୫୮, ନୟାଗଡରୁ ୨୩, ନୂଆପଡାରୁ ୮୫, ପୁରୀରୁ ୮୭, ରାୟଗଡାରୁ ୩୧, ସମ୍ବଲପୁରରୁ ୫୪, ସୋନପୁରରୁ ୫୩, ସୁନ୍ଦରଗଡରୁ ୧୬୧ ଏବଂ ଷ୍ଟେଟ ପୋଲରୁ ୭୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

 

 

ସେହିଭଳି ଆଜି ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।