ରାଜ୍ୟରେ ଆଜି ୨୬୯୭ କରୋନା ପଜିଟିଭ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୨୬୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୬ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୧୨୧ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଷ୍ଟେଟ ପୋଲରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।