ରାଜ୍ୟରେ ଲକ୍ଷେ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଆଜି ୩୦୧୪ ଆକ୍ରାନ୍ତ,୧୨ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୩୦୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୮୬୮ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୧୧୪୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୮ଜଣ, ବରଗଡ଼ ଜିଲ୍ଲାରୁ ୧୨୪ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫ଜଣ, କଟକ ଜିଲ୍ଲାରୁ ୩୩୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୯ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୬ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୬୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୪ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮୪ଜଣ, କୋରାପୁଟ ଜିଲ୍ଲାରୁ ୧୨୦ଜଣ, ମାଲକାନଗିରି ଜିଲ୍ଲାରୁ ୪୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮ଜଣ, ନୟାଗଡ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୨, ସୋନପୁର ଜିଲ୍ଲାରୁ ୪୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ ରହିଛନ୍ତି । ସେହିପରି ଆଜି ରାଜ୍ୟରେ ୧୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୦୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୮୫ଟି ଆକ୍ଟିଭ କେସ ରହିଥିବାବେଳେ ୭୦୭୧୪ ଜଣ ସୁସ୍ଥହୋଇ ଘରକୁ ଫେରିଛନ୍ତି । ସେହିପରି ୪୮୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।