ଝାରସୁଗୁଡାରେ ପୁଣି ୩୫ ପଜିିଟିଭ ଚିହ୍ନଟ

ଝାରସୁଗୁଡା, ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ପୁଣି ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡା ପୌରପରିଷଦ ଅଞ୍ଚଳରୁ ୮ ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୫ ଜଣ, ଝାରସୁଗୁଡା ବ୍ଲକରୁ ଜଣେ, ଲଖନପୁର ବ୍ଲକ ଅଞ୍ଚଳରୁ ୧୩ ଜଣ, ଲଇକେରା ବ୍ଲକ ଅଞ୍ଚଳରୁ ୬ ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ୨ ଜଣ ବ୍ୟକ୍ତି ବାହାର ଜିଲ୍ଲାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯୋଗ୍ୟ ଯେ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୪ ଶହ ୩୫କୁ ପହଞ୍ଚିଥିବା ବେଳେ ୬ ହଜାର ୨ଶହ ୭ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୩ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ୧୫ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।