ରାଜଧାନୀରୁ ଆଜି ୫୦୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୦୫ରେ ପହଞ୍ଚିଛି। ଏଥିମଧ୍ୟରୁ ୫୭୬୪ଜଣ ସୁସ୍ଥ ହୋଇଥିବାବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି। ୩୬୯୩ଟି ଆକ୍ଟିଭ କେସ ରହିଛି।

ଏନେଇ ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆଜି ୩୪୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ ୨ଜଣଙ୍କର ମୃତ୍ୟୁ ହୋଇଛି।