ରାଜଧାନୀରୁ ଆଜି ୫୮୧ ପଜିଟିଭ୍ ଚିହ୍ନଟ, ୨୦୪ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୫୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୬୭୨୮ କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୩୩୨୦୮ ଜଣ ସୁସ୍ଥହୋଇ ଘରକୁ ଫେରିଥିବା ବେଳେ ୨୫୦ ଜଣ ପ୍ରାଣ ହରାଇଛନ୍ତି।

ସେହିପରି ୩୨୪୯ଟି ଆକ୍ଟିଭ୍ କେସ ରହିଛି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭୦ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଥିବା ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୨୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।