ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା; ରାଜ୍ୟରେ ୭,୭୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଥିବା ଜଣାପଡିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୭,୭୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଜଣାଇଛି। ସେମାନଙ୍କ ମଧ୍ୟରେ ୪୩୩୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୩୯୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ଆଜି ଅନୁଗୁଳରୁ ୪୪୯, ବାଲେଶ୍ୱରରୁ ୪୨୬, ବରଗଡରୁ ୧୮୯, ଭଦ୍ରକରୁ ୨୮୭, ବଲାଙ୍ଗିରରୁ ୬୧, ବୌଦ୍ଧରୁ ୧୨୮, କଟକରୁ ୭୨୦, ଦେବଗଡ଼ରୁ ୭୨, ଢେଙ୍କାନାଳରୁ ୨୫୨, ଗଜପତିରୁ ୬୮, ଗଞ୍ଜାମରୁ ୧୫୩, ଜଗତସିଂହପୁରରୁ ୨୫୫, ଯାଜପୁରରୁ ୩୮୮, ଝାରସୁଗୁଡ଼ାରୁ ୭୧, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୫୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡାରୁ ୨୨୩, କେନ୍ଦୁଝରରୁ ୧୬୬, ଖୋର୍ଦ୍ଧାରୁ ୧୦୬୨, କୋରାପୁଟରୁ ୧୮୫, ମାଲକାନଗିରିରୁ ୧୦୪, ମୟୂରଭଞ୍ଜରୁ ୪୪୨, ନବରଙ୍ଗପୁରରୁ ୨୧୯, ନୟାଗଡ଼ରୁ ୨୧୯, ନୂଆପଡାରୁ ୪୮, ପୁରୀରୁ ୩୩୩, ରାୟଗଡ଼ାରୁ ୩୧୦, ସମ୍ବଲପୁରରୁ ୧୬୧, ସୋନପୁରରୁ ୬୧, ସୁନ୍ଦରଗଡରୁ ୨୭୦ ଓ ରାଜ୍ୟ ପୁଲରୁ ୧୮୮ ଜଣ ପଜିଟିଭ ରହିଛନ୍ତି।

ଆଜିର ନୂତନ ମାମଲାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୯୮,୬୯୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୮୨,୬୭୯ଟି ସକ୍ରିୟ ମାମଲା ରହିଥିବାବେଳେ ୭,୧୩,୦୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ ୧,୨୦,୪୦,୮୩୦ ଜଣଙ୍କ କରୋନା ନମୁନା ଯାଞ୍ଚ ହୋଇଛି।