ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟରେ ଆଜି ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୧୪୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୯୭ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୭, ଖୋର୍ଦ୍ଧାରୁ ୧୬, ଗଞ୍ଜାମରୁ ୧୬, କନ୍ଧମାଳରୁ ୧୪, ମୟୁରଭଞ୍ଜରୁ ୯, ଯାଜପୁରରୁ ୭, ପୁରୀରୁ ୫, ନୟାଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୩, ବରଗଡ଼ରୁ ୨, କେନ୍ଦୁଝରରୁ ୨, ଢେ଼ଙ୍କାନାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ରାଜ୍ୟରେ ଆଜି ସକାଳେ ୧୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୧୭୪ଜଣଙ୍କ ମଧ୍ୟରୁ ୧୪୬ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିଲେ। ଅନ୍ୟ ୨୮ଜଣ ଆକ୍ରାନ୍ତ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଥିଲା। ଆଜି ୧୮ଟି ଜିଲ୍ଲାରୁ ୧୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱରରେ ୩୪ଜଣ, ପୁରୀରୁ ୧୬, ଖୋର୍ଦ୍ଧାରେ ୧୦, ଯାଜପୁର ୯. ନବରଙ୍ଗପୁର ଓ କେନ୍ଦ୍ରାପଡ଼ାରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଓ କଳାହାଣ୍ଡିରୁ ୬ଜଣ, କେନ୍ଦୁଝରରୁ ୫ଜଣ, କନ୍ଧମାଳ, ଭଦ୍ରକ ଓ ସୁନ୍ଦରଗଡ଼ରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୪, ବୌଦ୍ଧରୁ ୨, ମାଲକାନଗିରି, ନୂଆପଡ଼ା ଓ ବଲାଙ୍ଗୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।