ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୦ କରୋନା ଆକ୍ରାନ୍ତ; ଜଣେ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୨୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି। ସେହିପରି ଏହି କରୋନା ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ରେ ପହଞ୍ଚିଛି। ଅନ୍ୟପଟେ ଆଜି ରାଜ୍ୟରେ କରୋନାରେ ଆଉ ଜଣେ ଆକ୍ରାନ୍ତର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହିତ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ୩୦ ଜଣ ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଅଞ୍ଚଳର ବୋଲି ଜଣାପଡ଼ିଛି।

ଏହାକୁ ମିଶାଇ ରାଜ୍ୟରେ କରୋନାରେ ୧୮୯୫ ଜଣ ପ୍ରାଣ ହରାଇ ସାରିଲେଣି। ବର୍ତ୍ତମାନ ୨୧୪୧ ଜଣ କରୋନା ରୋଗୀ ଚିକିତ୍ସାଧୀନ ଥିବା ବେଳେ ୩ ଲକ୍ଷ ୨୮ ହଜାର ୪୫୨ ଜଣ ସୁସ୍ଥ ହୋଇସାରିଛନ୍ତି।