ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଦିନ ୧୧ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଭିଡିଓ କନ୍‌ଫରେସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାବିନେଟ୍ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରିବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ପ୍ରଥମ ବର୍ଷ ପୁରୁଛି। ତେବେ ୫ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ପରେ ବସୁଥିବା ଏହି ବୈଠକ ବେଶ୍ ଗୁରୁତ୍ୱ ବହନ କରୁଛି। ଏହାସହ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ବସିବ। ବିଭିନ୍ନ ଅର୍ଡିନାଂସ୍‌କୁ କ୍ୟାବିନେଟ୍ ବୈଠକରେ ମଞ୍ଜୁରୀ ମିଳିପାରେ। ଏହାସହ ଅର୍ଥ, ପୂର୍ତ୍ତ, ଶକ୍ତି, ସ୍ୱାସ୍ଥ୍ୟ, କୃଷି, ରାଜସ୍ୱ ଭଳି ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ।

ସେପଟେ ନିର୍ବାଚନ ବେଳେ ଦିଆଯାଇଥିବା ପ୍ରତିଶ୍ରୁତି କେତେ ମାତ୍ରାରେ ପୂରଣ ହୋଇଛି ସେଇନେଇ ମଧ୍ୟ ସମସ୍ତଙ୍କର ନଜର ରହିବ।