Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆସନ୍ତାକାଲି ବିଜେପୁର ପ୍ରଚାର ପାଇଁ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆସନ୍ତାକାଲି ବିଜେପୁର ପ୍ରଚାର ପାଇଁ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଜେପୁର ଉପନିର୍ବାଚନର ପ୍ରଚାର ପାଇଁ ଶୁକ୍ରବାର କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଷ୍ଟିଲ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶ୍ରୀ ପ୍ରଧାନ ସକାଳ ୧୧ଟାରେ ବରଗଡ଼ ଜିଲ୍ଲା ଗାଇସିଲଟ ବ୍ଲକ୍ ତଳପାଲିଠାରେ ପହଞ୍ଚି ଏକ ସାଧାରଣ ସଭାରେ ଯୋଗଦେବେ।

ପରେ ଶ୍ରୀ ପ୍ରଧାନ ଅପରାହ୍ନ ୧ଟାରେ ବିଜେପୁର ବ୍ଲକ୍ ଲାଉମୁଣ୍ଡାଠାରେ ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କ ସହ ରୋଡ ସୋ’ରେ ସାମିଲ ହେବେ। ଶ୍ରୀ ପ୍ରଧାନ ରୋଡ ସୋ’ ମାଧ୍ୟମରେ ବିଜେପୁରବାସୀଙ୍କୁ ସନତଙ୍କ ପାଇଁ ଭୋଟ ମାଗିବେ। ଏହି ରୋଡ ସୋ’ ବିଜେପୁର ଏବଂ ବରପାଲି ବ୍ଲକର ପଥରଲା, ସାଇପାଲି, ମହୁଲପାଲି, ମହୁଲପାଲି ଛକ, ମାମା ଛକ, ଖରମୁଣ୍ଡା, ବୈରଖପାଲି ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ସେହିପରି ଅପରାହ୍ଣ ୪ଟାରେ ବରପାଲି ବ୍ଲକ୍ ଅଗଲପୁରଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏକ ସାଧାରଣ ସଭାରେ ଯୋଗଦେଇ ଜନମାନସଙ୍କୁ ସମ୍ବୋଧିତ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।