ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ସମ୍ଭାବନା ରହିଥିବା ଜଣାପଡ଼ିଛି । ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ଗତିପଥ ଓ ତୀବ୍ରତା ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି ।