ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲାର ପର୍ଯ୍ୟଟନ ସ୍ଥଳି ଭୀମକୁଣ୍ଡରେ ବୁଡି ଜଣେ ପର୍ଯ୍ୟଟକ ନିଖୋଜ ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ ଆଜି ବଡ଼ଦିନ ଥିବାରୁ ଭୀମକୁଣ୍ଡ ରେ ବଣଭୋଜି ପାଇଁ ହଜାର ହଜାର ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ଭୀମକୁଣ୍ଡ ରେ ଗାଧୋଉଥିବା ବେଳେ ଜଣେ ପର୍ଯ୍ୟଟକ ବୁଡି ଯାଇ ନିଖୋଜ ହୋଇଥିବା ସୂଚନା ମିଳିଛି। ପ୍ରତେକ ବର୍ଷ ଏହି ଭୀମକୁଣ୍ଡରେ ବୁଡି ପର୍ଯ୍ୟଟକଙ୍କ ଜୀବନ ହାନି ହେଉଥିଲେ ମଧ୍ୟ ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉ ନଥିବାରୁ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।