ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଦେବଗଡ଼,ଏନ୍‌ଏନ୍‌ଏସ୍‌: ଦେବଗଡ଼ ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିଜୁ ଜନତା ଦଳର ୨୫ ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ରିଜର୍ଭ ପୁଲିସ ପଡିଆ ପରିସରରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହିଳା ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ବାସନ୍ତି ହେମ୍ବ୍ରମ୍‌ ଯୋଗଦେଇ ଚାରା ରୋପଣ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।

ଜିଲ୍ଲା ଛାତ୍ର ଜନତା ଦଳ ସଭାପତି ଭବାନୀ ଶଙ୍କର ସାହୁଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୁବ ବିଜେଡି ରାଜ୍ୟ ସମ୍ପାଦକ ଏଲିନା ଦାସ, ବାସୁଦେବ ସାହା, ଜିଲ୍ଲା ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଜିଲ୍ଲା ଯୁବ ବିଜେଡି ସଭାପତି ପ୍ରତାପ କୁମାର ଦେବ, ନଗର ସଭାପତି ଶୁକଦେବ ଭଞ୍ଜ, ଜିଲ୍ଲା ପରିଷଦ ଅଧକ୍ଷ କୌଶିକ କୁମାର ପ୍ରଧାନ, ଦେବଗଡ଼ ପୌରାଧକ୍ଷା ଶାନ୍ତିମଞ୍ଜରୀ ଦେଇ, ଜିଲ୍ଲା ପରିଷଦ ସଦସ୍ୟା ପୁଷ୍ପାଞ୍ଜଳି ସାମଲ, ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଇଂ ସୁଜିତ ପ୍ରଧାନ ଓ ଇଂ ଚିତ୍ତରଞ୍ଜନ ପ୍ରଧାନଙ୍କ ସମେତ ବହୁ ଦଳୀୟ ପଦାଧିକାରୀ ଓ କର୍ମୀ ଅଂଶ ଗ୍ରହଣ କରି ବିଭିନ୍ନ କିସମର ଶତାଧିକ ଚାରା ରୋପଣ କରିଥିଲେ`