ଟ୍ରକ-ବାଇକ ମୁହାଁମୁହିଁ ଧକ୍କା, ବାଇକ୍ ଆରୋହୀ ମୃତ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ନିକଟରେ ଏକ ଆଇରନ୍ ବୋଝେଇ ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀଙ୍କ ପରିଚୟ ମିଳି ନଥିବାବେଳେ ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ୍ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି।