ଭାରସାମ୍ୟ ହରାଇ ରାଜପଥରେ ଓଲଟିଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଧନୁର୍ଯ୍ୟୟପୁର ନିକଟରେ ଆଜି ଅପରାହ୍ନରେ ଏକ ତେନ୍ତୁଳି ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପିଡ଼ିଛି। ଫଳରେ ଗାଡ଼ିରେ ଥିବା ଡ୍ରାଇଭର ଓ ହେଲପର ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ଟ୍ରକଟି ଛତିଶଗଡ଼ରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି।