ନୂଆଦିଲ୍ଲୀ,ଏଜେନ୍ସି: ଅହମ୍ମଦାବାଦରେ ଆସି ପହଞ୍ଚିଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେଠାରୁ ସେ କଡ଼ା ସୁରକ୍ଷା ବଳୟରେ ସାବରମତି ଆଶ୍ରମ ପାଇଁ ବାହାରିଛନ୍ତି। ପରେ ମୋଟେରା ଷ୍ଟାଡିୟମରେ ନମସ୍ତେ ଟ୍ରମ୍ପ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଡୋନାଳ୍ଡ ଟ୍ରମ୍ପଙ୍କ ସହ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଓ ଝିଅ ଓ ଜ୍ୱାଇଁ ପହଞ୍ଚିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହି ତାଙ୍କୁ ସ୍ୱାଗତ କରିଛନ୍ତି। ଟ୍ରମ୍ପଙ୍କ ଭବ୍ୟ ସ୍ୱାଗତ ନେଇ ବଡ଼ ଧରଣର ବ୍ୟବସ୍ଥା କରାଯାଇଛି। ପରେ ନମସ୍ତେ ଟ୍ରମ୍ପ କାର୍ୟ୍ୟକ୍ରମରେ ଭାଗ ନେବେ ଦୁଇ ନେତା।
