ମାଲକାନଗିରିରୁ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୫୧କୁ ବୃଦ୍ଧି

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ଆଜି ପୁଣି ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଦ୍ୱୟ ତେଲେଙ୍ଗାନାରୁ ଫେରି ଏକ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରହୁଥିବା ନେଇ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଟ୍ୱିଟ କରି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧ରେ ପହଂଚିଛି। ସେଥିମଧ୍ୟରୁ ୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୭ଜଣ ଚିକିତ୍ସାଧୀନ ଅଛନ୍ତି।