ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ଆତଙ୍କୀ

ଶ୍ରୀନଗର, ଏଜେନ୍ସି : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ସୋପିଆନ ଜିଲ୍ଲାର ସୁଗନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟରେ ୨ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ବୁଧବାର ସୁଗନ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ଖବର ପାଇବା ମାତ୍ରେ ସୁରକ୍ଷାକର୍ମୀମାନେ ସେହି ଅଞ୍ଚଳକୁ ଘେରାଉ କରିଥିଲେ। ଏହାପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀମାନେ ପାଲଟା ଗୁଳିଚାଳନା କରିଥିଲେ। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି।