ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉଦ୍ଧବ ଠାକରେ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାପରେ ଶୁକ୍ରବାର ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦିଲ୍ଲୀ ଯାଇ ସାକ୍ଷାତ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଉଦ୍ଧବଙ୍କ ସହ ତାଙ୍କ ପୁଅ ଆଦିତ୍ୟ ଠାକରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଏହାପରେ ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟି(ବିଜେପି)ର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି।