ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ଖଣି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ନିଲାମ ହୋଇଥିବା ୩ଟି ଖଣି ଓଏମସି ଓ ଓଏମଇସିକୁ ଦେବା ପାଇଁ ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି। ଏଥିପାଇଁ କେନ୍ଦ୍ର ଅନୁମତି ଦେଇସାରିଛି। ମାର୍ଚ୍ଚ ପ୍ରଥମ ସପ୍ତାହରୁ ଉତ୍ପାଦନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।