Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ; ଆହତଙ୍କୁ ଭେଟିବେ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ; ଆହତଙ୍କୁ ଭେଟିବେ

ଭୁବନେଶ୍ବର: ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଆଜି ସକାଳେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଅବତରଣ କରିଛନ୍ତି । ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଭେଟିବା ପାଇଁ ସେ ପ୍ରଥମେ ଭୁବନଶ୍ବରେ ଏମ୍ସ ଯାଇଛନ୍ତି । ସେ ହସ୍ପିଟାଲରେ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବେ ଓ ସ୍ବାସ୍ଥ୍ୟସେବା ଯାଞ୍ଚ୍‌ କରିବେ । ଏହାପରେ ସେ କଟକ ବଡ଼ ମେଡିକାଲକୁ ଯାଇ ଆହତମାନଙ୍କୁ କିପରି ଚିକିତ୍ସା ମିଳୁଛି ତାହାର ତଦାରଖ କରିବାର କାର୍ଯ୍ୟକ୍ରମ ରହିଛି ।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଦୁର୍ଘଟଣା, ଉଦ୍ଧାର ଓ ଚିକିତ୍ସା ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ବାଲେଶ୍ବର ଡାକ୍ତରଖାନା ଗସ୍ତ କରି ଆହତଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ଏହାପରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କ ସହ ଫୋନରେ କଥା ହୋଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାମିଲନାଡୁର ୩ ଜଣ ମନ୍ତ୍ରୀ ଘଟଣାସ୍ଥଳ ଗସ୍ତ କରିଥିଲେ । ହସ୍ପିଟାଲରେ ଚିକିତ୍ସାଧୀନ ଆହତଙ୍କୁ କିପରି ସ୍ବାସ୍ଥ୍ୟସେବା ମିଳୁଛି ତାହାର ତଦାରଖ କରିବା ପାଇଁ ଆଜି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମଧ୍ୟ ଓଡିଶାରେ ପହଞ୍ଚିଛନ୍ତି ।

ଗତ ଶୁକ୍ରବାର ରାତିରେ ବାହାନଗାଠାରେ ୩ଟି ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଟ୍ରେନ ଦୁର୍ଘଟଣାରେ ୨୮୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୧୦୦୦ ଜଣ ଆହତ ହୋଇଛନ୍ତି । ଆହତମାନେ ବାଲେଶ୍ବର, ଭଦ୍ରକ, କଟକ ଓ ଭୁବନେଶ୍ବର ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଅନ୍ୟପଟେ ଦୁର୍ଘଟଣା ପରେ ବର୍ତ୍ତମାନ ଦୁର୍ଘଟଣା ସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ ଚାଲିଛି । ରେଳ ଧାରଣାରୁ ବଗି ହଟାଯାଉଛି । ପୁନରୁଦ୍ଧାର କାର୍ଯ୍ୟରେ ଏକ ହଜାରରୁ ଅଧିକ ମାନବ ସମ୍ବଳ ସହ ୭ଟି ପ୍ରୋକ୍ଲିନ ମେସିନ୍‌, ଦୁଇଟି ଦୁର୍ଘଟଣା ରିଲିଫ୍‌ ଟ୍ରେନ୍‌ ଓ ରୋଡ୍‌ କ୍ରେନ ନିୟୋଜିତ ହୋଇଛନ୍ତି । ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ମରାମତି କାର୍ଯ୍ୟ ନିରୀକ୍ଷଣ କରୁଛନ୍ତି ।