ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଜି ପୁରୀରେ ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପ୍ରହ୍ଲାଦ ସିଂ ପଟେଲ, ସମ୍ବିତ ପାତ୍ର ପ୍ରମୁଖ ପ୍ରଭୁ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଆଜି ଓଡ଼ିଶାରେ ଶାହଙ୍କ ଦ୍ୱିତୀୟ ଦିନ। ତେବେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶାହ ମନ୍ଦିରରେ ପ୍ରବେଶ କରି ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସକାଳୁ ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ଶାହଙ୍କ ରାଜ୍ୟ ବିଜେପିର ଅନେକ ବରିଷ୍ଠ ନେତା ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଏହା ପରେ ଭୁବନେଶ୍ୱରରେ ଏକ ଘରୋଇ ମେଡିକାଲର ଶୂଭ ଉଦ୍‌ଘାଟନ କରି ଦିଲ୍ଲୀ ଫେରିବାର କାର୍ୟ୍ୟକ୍ରମ ରହିଛି।

ଶୁକ୍ରବାର ମେ ଫେୟାର ହୋଟେଲରେ ଦଳୀୟ ବୈଠକରେ ଯୋଗଦେବା ପରେ ସନ୍ଧ୍ୟାରେ ପୁରୀ ଯାଇଥିଲେ ଶାହ। ସେଠାରେ ରାତ୍ରିଯାପନ କରି ସକାଳୁ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ସେ ଭୁବନେଶ୍ୱର ଫେରିଛନ୍ତି।