ଫେବୃଆରୀ ୧୫ ପର୍ଯ୍ୟନ୍ତ ୟୁପିର ସମସ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ସମସ୍ତ ସ୍କୁଲ ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ପୁଣିଥରେ ବନ୍ଦ କରିଦିଆଯାଇଛି । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି । କିନ୍ତୁ ଅନଲାଇନ କ୍ଲାସ ନିର୍ଦ୍ଧାରତ ସମୟାନୁସାରେ ଜାରି ରହିବ ।

ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ କରୋନା ଓ ଓମିକ୍ରନ୍ ମାମଲା ଲଗାତାର ଭାବେ ବଢ଼ିବାରେ ଲାଗିଛି । ସେଥିପାଇଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । କିନ୍ତୁ କଲେଜ ବନ୍ଦ ହେବା ନେଇ କୌଣସି ସୂଚନା ସାମ୍ନାକୁ ଆସିନାହିଁ ।