ସମ୍ଭାବ୍ୟ ବାତ୍ୟା ପାଇଁ ଅପରାହ୍ନ ୪ଟାରେ ଜରୁରୀ ବୈଠକ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅପରାହ୍ନ ୪ଟାରେ ସରକାର ଜରୁରୀ ବୈଠକ ଡକାଇଛନ୍ତି । ଏସଆରସି ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ବାତ୍ୟା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଙ୍କୁ ଦୃଷ୍ଟିରେ ରଖି ସରକାର ନିର୍ଦ୍ଦେଶ ଜାରି କରିଛନ୍ତିି । ଏଥିରେ ୨୩ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ମନା କରାଯାଇଛି । ୨୨ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମଧ୍ୟ ବାରଣ କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।