ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର

ଡେରାଡୁନ୍,ଏଜେନ୍ସି: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ଡୁନ ହସ୍ପିଟାଲରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ଡିସେମ୍ବର ୧୮ ତାରିଖରେ ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ପରେ ସେ ହୋମ କ୍ୱାରେଣ୍ଟାଇନରେ ଥିଲେ। ଗତକାଲି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଡେରାଡୁନର ଡୁନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶ୍ରୀ ରାୱତଙ୍କ ଛାତିରେ ଭୂତାଣୁ ସଂକ୍ରମଣ ହୋଇଥିବା ଜଣାପଡ଼ିବା ପରେ ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ସହ ପରାମର୍ଶ କରି ସେଠାକୁ ସ୍ଥାନାନ୍ତର କରାଯାଇଥିବା ଡ. ଏନଏସ୍ ବିଷ୍ଟ ସୂଚନା ଦେଇଛନ୍ତି।