ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାୱତଙ୍କୁ କରୋନା

ଦେହରାଦୁନ: ଦେଶରେ କରୋନା ମାମଲା ବଢ଼ି ଚାଲିଥିବାବେଳେ ଏବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାୱତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ନିଜକୁ ଆଇସୋଲେଟ କରି ନେଇଛନ୍ତି। ଗତ କିଛି ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରିବା ପାଇଁ ରାୱତ ପରାମର୍ଶ ଦେଇଛନ୍ତି।