ଦେଶରେ ଜାନୁଆରୀ ୧୬ରୁ ଟିକାକରଣ

ନୂଆଦିଲ୍ଲୀ, ଏଜେନ୍ସି: ଆସନ୍ତା ୧୬ରୁ ଦେଶରେ ଆରମ୍ଭ ହେବ କରୋନା ଟିକାକରଣ ଅଭିଯାନ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସର୍ବପ୍ରଥମେ ୩ କୋଟି ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ଏହାପରେ ୫୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ଏହି ଟିକା ଦିଆଯିବ । ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚ ସ୍ତରୀୟ ବୈଠକ କରି କରୋନା ଟିକାକରଣ ସମ୍ବନ୍ଧରେ ସମୀକ୍ଷା କରିଥିଲେ। ଏହି ବୈଠକରେ କ୍ୟାବିନେଟ ସଚିବ, ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।