ରାଜ୍ୟରୁ ସରିଗଲାଣି ଟିକା, ଆଜି ୧୬ ଜିଲ୍ଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଟିକା ସରିଯାଇଥିବାରୁ ୧୬ ଜିଲ୍ଲାରେ ଆଜି ଟିକାକରଣ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଛି। ଆଜି ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର, ସୁନ୍ଦରଗଡ଼ରେ ଟିକାକରଣ ବନ୍ଦ ରହିଛି।

ଆବଶ୍ୟକ ଅନୁସାରେ କୋଭିସିଲ୍ଡ ଟିକା ନଥିବାରୁ ଟିକାକରଣ ବନ୍ଦ ରଖିବାକୁ ସ୍ୱାସ୍ଥ୍ୟ ବିଭାଗ ନିଷ୍ପତ୍ତି ନେଇଛି। ଆଜି ମାତ୍ର ୧୧୪ କେନ୍ଦ୍ରରେ ଚାଲିଛି ଟିକାକରଣ। ରାଜ୍ୟରେ ମୋଟ ୧୬୧୩ଟି କେନ୍ଦ୍ର ରହିଛି। ସେଥିରୁ ଟିକାକରଣ ୧୪୯୯ ଟିକା କେନ୍ଦ୍ରରେ ବନ୍ଦ ରହିଛି। ଗତକାଲି ସୁଦ୍ଧା ରାଜ୍ୟରେ ୧୯ ହଜାର ୫୨୦ ଡୋଜ୍ କୋଭିସିଲ୍ଡ ଟିକା ମହଜୁଦ ରହିଛି। ସେହିପରି ୩ ଲକ୍ଷ ୨୪ ହଜାର ୯୧୦ ଡୋଜ୍ କୋଭାକ୍ସିନ ରହିଛି।