ରାଷ୍ଟ୍ରପତି ମୁର୍ମୁଙ୍କୁ ଭେଟିଲେ ଉପରାଷ୍ଟ୍ରପତି ଧନଖର

ନୂଆଦିଲ୍ଲୀ,ଏଜେନ୍ସି: ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳି । ଅଧର୍ମ ଉପରେ ଧର୍ମର ଜୟ ସ୍ବରୂପ ଉତ୍ସବ ପାଳିବେ ସାରା ବିଶ୍ବରେ ଥିବା ଭାରତୀୟମାନେ । ଏହି କ୍ରମରେ ଉପରାଷ୍ଟ୍ରପତି ଜଗଦୀପ ଧନଖର ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା ସହ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି । ଏହାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ ମାଧ୍ୟମରେ ସୂଚନା ଦିଆଯାଇଛି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ କୁହାଯାଇଛି, “ଉପରାଷ୍ଟ୍ରପତି ଜଗଦୀପ ଧନଖର ଓ ତାଙ୍କ ପତ୍ନୀ ଡକ୍ଟର ସୁଦେଶ ଧନଖର ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ଏହି ସମୟରେ ଉଭୟ ପରସ୍ପରକୁ ଦୀପାବଳିର ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।”

ଉପରାଷ୍ଟ୍ରପତି ଜଗଦୀପ ଧନଖର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା ନେଇ ମୁର୍ମୁଙ୍କ କାର୍ଯ୍ୟାଳୟ ପକ୍ଷରୁ ଫଟୋ ସେୟାର କରାଯାଇଛି । ଫଟୋରେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ତାଙ୍କ ପତ୍ନୀ ଡକ୍ଟର ସୁଦେଶ ଧନଖର ରାଷ୍ଟ୍ରପତିଙ୍କୁ ଭେଟୁଥିବା ଦେଖାଯାଇଛି ।