ଉତ୍କଳ ବିଶ୍ୱବିଦ୍ୟାଳୟରେ ଉପରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କେୟା ନାୟଡୁ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି। ଏଥିରେ ଓଡ଼ିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କରିଛନ୍ତି।

ଉପରାଷ୍ଟ୍ରପତି କହିଛନ୍ତି ଯେ, ‘କଳିଙ୍ଗ ଯୁଦ୍ଧ ସାରା ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଥିଲା। ପୂର୍ବ ଏସୀୟ ଦେଶ ସହ ନୌବାଣିଜ୍ୟ ମହାନ ପରମ୍ପରା ଥିଲା। ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ। ଶିକ୍ଷା ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସଂଗଠିତ କରିଥାଏ। ଶୃଙ୍ଖଳା, ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର। ନିଜ ଉପରେ ବିଶ୍ୱାସ ରଖି ଆଗକୁ ବଢ଼ିବାକୁ ପଡ଼ିବ। ନିଯୁକ୍ତି ପଛରେ ନ ଗୋଡ଼ାଇ ନିଯୁକ୍ତିଦାତା ହେବା ଦରକାର। ଓଡ଼ିଶା ପ୍ରତ୍ୟେକ ବର୍ଷ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ସେଥିପାଇଁ ଶିକ୍ଷା ବ୍ୟବସ୍ଥାରେ ବିପର୍ଯ୍ୟୟ ପରିଚାଳନାକୁ ସାମିଲ କରନ୍ତୁ।’