ବାଲିଗୁଡ଼ା,ଏନ୍ଏନ୍ଏସ୍: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ଟିପିଏସଓ ଡିଏଲର ଲାଇନମ୍ୟାନ କାଳୁ ଚରଣ ପଲାଇ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ମିଳିଥିବା ରିପୋର୍ଟ ମୁତାବକ, ଲାଇନମ୍ୟାନ ପଲାଇ ଟିକାବାଲି ବ୍ଲକର ଛତିଝର ଗ୍ରାମର ରିଙ୍କୁ ଭୁକ୍ତାଙ୍କଠାରୁ ନୂତନ ବିଦ୍ୟୁତ ସଂଯୋଗ କରାଇ ଦେବାଲାଗି ତାଙ୍କ କିରାନା ଦୋକାନକୁ ଯାଇ ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ । ଏହି ସମୟରେ ସେଠାରେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଅଧିକାରୀ ପଲାଇଙ୍କୁ ମାଡ଼ି ବସିଥିଲେ । ଏନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯିବା ସହ ଅଧିକ ତଦନ୍ତ ଜାରି ରହିଥିବା ନେଇ ଫୁଲବାଣୀ ଭିଜିଲାନ୍ସ ଡିଏସପି ଅରୁଣ କୁମାର ନାୟକ ପ୍ରକାଶ କରିଛନ୍ତି ।