ଏୟାର ଆମ୍ବୁଲାନ୍ସରେ କୋଲକାତା ଅଭିମୁଖେ ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଏୟାର ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ଲାଗି କୋଲକାତା ଯାଇଛନ୍ତି। କଟକ ଅଶ୍ୱିନୀ ହସ୍ପିଟାଲରୁ ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଦେବାଶିଷଙ୍କୁ ଭୁବନେଶ୍ୱର ବିମାନବନ୍ଦର ଅଣାଯାଇଥିଲା। କଟକରୁ ବାହାରିଥିବା ଆମ୍ବୁଲାନ୍ସ ୩୦ ମିନିଟରେ ଭୁବନେଶ୍ୱର ପହଂଚିଥିଲା।

ସୂଚନାଯୋଗ୍ୟ, ଦେବାଶିଷ କରୋନାରେ ଆକ୍ରାନ୍ତ ହୋଇ କଟକର ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ କୋଲକାତାସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।