ଭୁବନେଶ୍ୱର,ଏନ୍ଏନ୍ଏସ୍: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା। ମନୋଜଙ୍କ ଘରେ ଭଇଜିଲାନ୍ସ ପକ୍ଷରୁ ରେଡ କରାଯାଉଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ କରାଯାଉଛି। କଟକ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। କଟକ ଗଣ୍ଡପୁରସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଳା ଘର, କଟକ ନେମାଳ ସ୍ଥିତ ପୈତୃକ ଘର, ପାହାଳରେ ମନୋଜଙ୍କ ସ୍ତ୍ରୀ ଦେବସ୍ମିତା ବେହେରାଙ୍କ ନାଁରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ।
ତେବେ କଟକ ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ବଳରେ ଭିଜିଲାନ୍ସ ଚଢାଉ କରିଛି। ଏହି ଚଢଉରେ ୪ ଜଣ ଡିଏସପି, ୮ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।