ବ୍ରହ୍ମପୁର,ଏନ୍ଏନ୍ଏସ୍: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି ରହିଛି। ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଉଥିବାର ଖବର ମିଳିଛି। ଜଣେ ଏସପି, ଦୁଇ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡିରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ଉ କରୁଛନ୍ତି।
ବ୍ରହ୍ମପୁରର ସ୍ପେସାଲ୍ ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର ଆଦେଶ ବଳରେ ଚଢ଼ଉ କରାଯାଉଥିବାର ସୂଚନା ରହିଛି। ଏଯାବତ୍ କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ଜବତ ହୋଇଛି। ଏନେଇ ଅଧିକ ତଦନ୍ତ ଚାଲିଛି। ଏହାର ସବିଶେଷ ରିପୋର୍ଟକୁ ଅପେକ୍ଷା କରାଯାଇଛି।