ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବରଗଡ଼,ଏନ୍ଏନ୍ଏସ୍: ବରଗଡ଼ ଜିଲ୍ଲାର ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ଦହିତା ପଞ୍ଚାୟତ ନିର୍ବାହୀ ଅଧିକାରୀ ପୁରନ୍ଦର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଥିବା ଜଣାପଡ଼ିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ ହୋଇଥିବା ଭିଜିଲାନ୍ସ ଅଧିକାରୀ କହିଛନ୍ତି।

ଆଜି ସକାଳେ ବରଗଡ଼ ଭିଜିଲାନ୍ସ ଟିମ୍ ପୁରନ୍ଦର ସାହୁଙ୍କ ବାସ ଭବନରେ ଚଢ଼ଉ କରି ତାଙ୍କ ବ୍ୟାଙ୍କ ଏକାଉଣ୍ଟ, ଜମି କାଗଜ ପତ୍ରର ଯାଞ୍ଚ କରୁଛି। ଚଢ଼ଉ ଶେଷ ହେଲେ ସବିଶେଷ ତଥ୍ୟ ପ୍ରଦାନ କରାଯିବ ବୋଲି ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି।