ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ୍ ଜୁରାବନ୍ଦ ଗ୍ରାମରେ ସରକାରୀ ସ୍କୁଲ ଗୃହ ନଥିବା ବେଳେ ଆଜି ବିଜେପି ବରିଷ୍ଠ ନେତା ମହେନ୍ଦ୍ର ଠାକୁରଙ୍କ ନେତୃତ୍ୱରେ ଗ୍ରାମବାସୀ ମାନେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଦୀର୍ଘ ବର୍ଷ ହେବ ଉକ୍ତ ଗ୍ରାମରେ ଛାତ୍ରଛାତ୍ରୀ ମାନଙ୍କ ପାଠପଢା ପାଇଁ ବେସରକାରୀ ଜମିରେ ସ୍କୁଲ ରହିଛି। ହେଲେ ଜମି ମାଲିକ ଜାଗା ଦେବା ପାଇଁ ମନା କରୁଛି, ଯାହା ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଉପଜିଲ୍ଲାପାଳଙ୍କ ଠାରେ ଅଭିଯୋଗ କରିବା ପରେ ଘଟଣା ସମ୍ପର୍କରେ ତଦନ୍ତ କରି ସମସ୍ୟାର ସମାଧାନ କରାଯିବ ବୋଲି ଟିଟିଲାଗଡ଼ ଉପଜିଲ୍ଲାପାଳ ସତ୍ୟବାନ ମନୋଜ ମହାଜନ କହିଛନ୍ତି।