ସମ୍ବଲପୁର,ଏନ୍ଏନ୍ଏସ୍: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଦ୍ୟାଳୟ (ଭିସୁଟ୍) ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଆଜି ୪ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବାପରେ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି। ଭିସୁଟର ସମସ୍ତ କର୍ମଚାରୀ କ୍ୱାରେଣ୍ଟାଇନରେ ରହିବା ସହ ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ନିୟମ ଉଲଂଘନ କରିବେ ସେମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜୋରିମାନା ଆଦାୟ କରାଯିବ ବୋଲି ଭିସୁଟ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିସହିତ ହେଡକ୍ୱାର୍ଟର ବାହାରେ ଥିବା କର୍ମଚାରୀ ଫେରିଲେ ସେମାନେ ହୋମ କ୍ୱାରେଣ୍ଟାଇନରେ ରହିବେ ବୋଲି କୁହାଯାଇଛି।