ଭୋଟର ସଚେତନତା କାର୍ଯ୍ୟକ୍ରମ

ନବରଙ୍ଗପୁର,ଏନ୍‌ଏନ୍‌ଏସ: ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟର ଯୁବ ରେଡକ୍ରସ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ମାଲେଶ୍ୱରି ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନବରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁକାନ୍ତ କୁମାର ପଟ୍ଟନାୟକ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟଅତିଥି ଛାତ୍ରୀଙ୍କୁ ନାଗରିକତା ଅଧିକାର ଓ ନୂତନ ଭୋଟର ପରିଚୟ ପତ୍ର ପାଇବା ପାଇଁ ଅନଲାଇନ୍ ଆପ୍ ବିଷୟରେ ସୂଚନା ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରୀମାନେ ଯୋଗ ଦେଇଥିଲେ। ଶେଷରେ ଜାତୀୟ ସେବା ଯୋଜନାର କର୍ଯ୍ୟକ୍ରମ ଅଧିକାରୀ ସୁନୀତା ପାତ୍ର ଓ ତାରାନୁମ୍ ଆରା ଦେଇଥିଲେ ।