ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ଚେତାବନୀ ଦିବସ

ଦେବଗଡ଼,୮/୭,ଏନଏନଏସ: ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ୱାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ଜିଲ୍ଲା ଓକିଲ ସଂଘ ପକ୍ଷରୁ ଚେତାବନୀ ଦିବସ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ଜିଲ୍ଲା ଓକିଲ ସଂଘ ସଭାପତି ସଚ୍ଚିକାନ୍ତ ଦାସଙ୍କ ନେତୃତ୍ୱରେ ଜିଲ୍ଲା ଓକିଲ ସଂଘର ସମସ୍ତ ସଦସ୍ୟ ଓ କର୍ମକର୍ତ୍ତା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ୧୨ ଦଫା ଦାବୀ ସମ୍ମିଳିତ ଦାବୀପତ୍ର ପ୍ରଦାନ କରିଥିଲେ । ଏହି ଦାବୀପତ୍ରରେ ପଶ୍ଚିମ ଓଡ଼ିଶାର ଜନସାଧାରଣଙ୍କ ସୁବିଧା ଦୃଷ୍ଟିରୁ ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଦାବୀ କରାଯାଇଥିବାବେଳେ ଏହାକୁ ତ୍ୱରିତ କରିବାକୁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ପଠାଇବାକୁ ଦାବୀ କରାଯାଇଛି । ତେବେ ଏହାକୁ ଯଥାଶୀଘ୍ର କାର୍ଯ୍ୟକାରୀ କରାନଗଲେ ପୁଣିଥରେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।