ବାଲିଗୁଡ଼ା ସହରରେ ୩ ଦିନ ହେଲା ଜଳ ଯୋଗାଣ ବନ୍ଦ

ବାଲିଗୁଡ଼ା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ କଷ୍ଟ ଦେଖିବାକୁ ମିଳୁଛି । ଏହିକ୍ରମେ ଗତ ୩ ଦିନ ହେଲା ଉକ୍ତ ଅଞ୍ଚଳରେ ଜଳ ଯୋଗାଣ ବନ୍ଦ ରହିଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି । ସହର ପାଇଁ ଏ ସମସ୍ୟା ନୂଆ ହୋଇନଥିବାବେଳେ ବିଭାଗୀୟ ଅଧିକାରୀଙ୍କ ଅବହେଳା ପଦାରେ ପଡ଼ିଛି । ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁନଥିବାବେଳେ କର୍ମଚାରୀଙ୍କୁ ସମସ୍ୟା ବାବଦରେ ପଚାରିଲେ କିଛି ସନ୍ତୋଷଜନକ ଉତ୍ତର ମିଳୁନାହିଁ । ତେବେ ତୁରନ୍ତ ସମସ୍ୟାର ସ୍ଥାୟୀ ସମାଧାନ କରିବା ସହ ନିୟମିତ ଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ସହରବାସୀଙ୍କ ପକ୍ଷରୁ ଦାବୀ କରାଯାଇଛି ।