କରୋନାରେ ଆକ୍ରାନ୍ତ ହେଲେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ

ପଶ୍ଚିମବଙ୍ଗ,ଏଜେନ୍ସି: କରୋନାରେ ଆକ୍ରାନ୍ତ ହେଲେ ୭୭ ବର୍ଷୀୟ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ। ଡାକ୍ତରମାନେ ତାଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି।

ପୂର୍ବରୁ ଭଟ୍ଟାଚାର୍ଯ୍ୟଙ୍କ ପତ୍ନୀ ମୀରା ଭଟ୍ଟାଚାର୍ଯ୍ୟ ମଧ୍ୟ ଏହି ସଂକ୍ରମଣ ପାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ମଙ୍ଗଳବାର ସନ୍ଧ୍ୟାରେ ତାଙ୍କୁ ନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ବୋଲି ସେମାନେ କହିଛନ୍ତି।

ମଙ୍ଗଳବାର ଦିନ ଏକ ସୂତ୍ରରୁ ପ୍ରକାଶ ଯେ, ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ, ତାଙ୍କ ପତ୍ନୀ ଏବଂ ସେମାନଙ୍କ ସେବକଙ୍କ ସ୍ବାବ୍ ନମୁନା ସଂଗ୍ରହ କରାଯାଇଥିଲା ଏବଂ ସେମାନଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା।