ଗଛରେ ଓହଳି ଯୁବତୀଙ୍କ ଆତ୍ମହତ୍ୟା

ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଥାନା ଅନ୍ତର୍ଗତ ବାସୁଦେବପୁର ଗ୍ରାମ ଶିବ ମନ୍ଦିର ନିକଟସ୍ଥ ଏକ ତେନ୍ତୁଳି ଗଛରେ ନିଜ ଓଢ଼ଣୀରେ ଝୁଲିପଡି ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ଏନେଇ ଦେବଗଡ଼ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏଥିସହ ଆଜି ମୃତ ଦେହକୁ ବ୍ୟବଚ୍ଛେଦ କରାଇଥିବା ଜଣାପଡିଛି।

ପୁଲିସ ସୂଚନା ଅନୁଯାୟୀ ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମିରିଗିଡିଆ ସାହିର ପୁରାନ ହେମ୍ବ୍ରମଙ୍କ ଝିଅ ପଦ୍ମିନୀ(୨୫) ଗତକାଲି ପୂର୍ବାହ୍ଣରେ ନିଜ ଘରୁ ନିଖୋଜ ହୋଇଯାଇଥିଲେ। ଏନେଇ ପଦ୍ମିନୀଙ୍କ ମା’ ସୁଲୋଚନା ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଦେବଗଡ଼ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି।