ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ଏରଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ମଙ୍ଗୁଳୁ ମୁଣ୍ଡାଙ୍କ ପତ୍ନୀ ପାଙ୍ଗିଲା ମୁଣ୍ଡା (୪୫)ଙ୍କ ସାପ କାମୁଡ଼ାରେ ମୃତ୍ୟୁ ହୋଇଛି। ରବିବାର ବିଳମ୍ବିତ ରାତିରେ ମହିଳା ଜଣଙ୍କ ଶୋଇଥିବା ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା। ଏଥିରେ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପାଟଣା ମେଡିକାଲକୁ ଅଣାଯାଇଥିଲା। ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ମହିଳାଙ୍କ ଦୁଇ ପୁଅ ଅଛନ୍ତି। ମହିଳାଙ୍କ ମୃତ୍ୟୁକୁ ନେଇ ଗାଁ’ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।