ଅଜଣା ଗାଡ଼ି ଧକ୍କାରେ ଗୁରୁତର ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ରବିବାର ସନ୍ଧ୍ୟାରେ ରାସ୍ତାରେ ଚାଲି ଚାଲି ଆସୁଥିବା ଚେମେଣା ଗ୍ରାମର ମହିଳା ତାରାମଣୀ ଲୋହାରଙ୍କ ଉପରେ ଅଜଣା ଗାଡ଼ି ଚଢ଼ି ଯାଇଥିଲା। ଦୁର୍ଘଟଣାରେ ମହିଳାଙ୍କ ଡାହାଣ ଗୋଡ଼ ସମ୍ପୂର୍ଣ୍ଣ କଟି ଯାଇଥିବାବେଳେ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଂଚି ୧୦୮ ସହାୟତାରେ ଗୁରୁତର ମହିଳାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଛି । ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ମୃତଦେହକୁ ବ୍ୟବଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।