ନିର୍ମାଣାଧୀନ ପୋଲ ଭୁଶୁଡ଼ି ଜଣେ ଶ୍ରମିକ ମୃତ, ୩ ଆହତ

ଉମରକୋଟ,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଆଜି ଏକ ଅଘଟଣ ଘଟିଯାଇଛି। ଏକ ନିର୍ମାଣାଧୀନ ପୋଲ ଭୁଶୁଡି ପଡିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତ ଶ୍ରମିକଙ୍କୁ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।