୩ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆହୁରି ୩ଦିନ ବର୍ଷିବ। ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅ଼ଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି।

୫ ରୁ ୭ ତାରିଖ ମଧ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହି ସମୟରେ ୩୦ରୁ ୪୦କିଲୋମଟର ବେଗରେ ପବନ ବହିବ। ଏହି ସମୟରେ କୁଆପଥର ବର୍ଷା ସହ ବଜ୍ରପାତ ଓ ଘୂର୍ଣ୍ଣିଝଡ ଆଶଙ୍କା ରହିଛି। ଏଥିପାଇଁ ୧୭ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।