୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

  • ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ୨୩ ଜିଲ୍ଲାରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ, ଝାରସୁଗୁଡ଼ା, ଅନୁଗୁଳ ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା। ଅନ୍ୟ ୧୬ଟି ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସମ୍ବଲପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ସୁବର୍ଣ୍ଣପୁରରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଛି।