ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ଓ ସ୍ୱଳ୍ପରୁ ମଧ୍ୟ ଧରଣର ବର୍ଷା ଆଶଙ୍କା କରାଯାଉଛି। ଏନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ୧୦ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଦରେ ପବନ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହାସହିତ ୮ଟି ଜିଲ୍ଲାରେ ବିଜୁଳି ଘଡଘଡି ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜା. ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବିଜୁଳି ଘଡଘଡି ହେବାର ଆଶଙ୍କା ରହିଛି। ତେବେ ଆଜି ଠାରୁ ୧୯ ତାରିଖ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।